ଖୋର୍ଦ୍ଧା ସଦର ଥାନା ରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି।

ଖୋର୍ଦ୍ଧା (LR NEWS) ଖୋର୍ଦ୍ଧା ସଦର ଥାନା ରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଆୟୋଜିତ ଏହି ଉତ୍ସବରେ ଥାନା ନିରୀକ୍ଷକ ବାସୁଦେବ ଜୟସିଂହ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍ ଅଭିବାଦନ ଗ୍ରହଣ କରିଥିଲେ।

ନିଜ ଅଭିଭାଷଣରେ ଆଇ ଆଇ ସି କହିଥିଲେ ଯେ, ସ୍ୱାଧୀନତାଦିବସ କେବଳ ଏକ ଉତ୍ସବ ନୁହେଁ, ବରଂ ଦେଶର ସ୍ୱାଧୀନତା ପାଇଁ ଜୀବନ ବଳିଦାନ ଦେଇଥିବା ବୀର ସଂଗ୍ରାମୀମାନଙ୍କୁ ସ୍ମରଣ କରିବାର ଏକ ପବିତ୍ର ଅବସର। ସେ ସ୍ୱାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ, ବଳିଦାନ ଏବଂ ମହାତ୍ମାଗାନ୍ଧୀଙ୍କ ଅହିଂସା ଆନ୍ଦୋଳନର ଅବଦାନକୁ ସ୍ମରଣ କରିଥିଲେ।ଏହି ଉତ୍ସବ ରେ ଥାନା ର ସମସ୍ତ କର୍ମଚାରୀ ଅଂଶଗ୍ରହଣ କରିଥିଲେ।

Comments (0)
Add Comment