ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଦେହାନ୍ତ, ସାମାଜିକ ଦୂରତା ରକ୍ଷାକରି କରାଗଲା ଶବ ସତ୍କାର ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୩.୦୪.୨୦୨୦) :- ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍ ଅନ୍ତର୍ଗତ ସାଙ୍କୁଡା ପଞ୍ଚାୟତର ଲଚ୍ଛିପୁର ଗ୍ରାମରେ ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତିରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବ୍ରଜବନ୍ଧୁ ମହାପାତ୍ର ଙ୍କର ଦେହାନ୍ତ ହୋଇଯାଇଛି l ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା l କରୋନା ପାଇଁ ଲକ୍ ଡାଉନ୍ ଥିବା ବେଳେ ତାଙ୍କ ପରିବାର ଓ ଆତ୍ମୀୟ ତାଙ୍କୁ ସାମାଜିକ ଦୂରତ୍ୱ ରକ୍ଷା କରି ଗ୍ରାମ ଶ୍ମଶାନରେ ସତ୍କାର କରିଥିଲେ l ସେ ଜଣେ ମିଷ୍ଟଭାଷୀ ଓ ମେଳାପୀ ଶିକ୍ଷକ ଭାବେ ସୁନାମ ଅର୍ଜନ କରିଥିଲେ l ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ଦୁଇ ପୁଅ, ଝିଅ, ବୋହୁ, ଓ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ l ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l

Comments (0)
Add Comment