ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୭.୦୨.୨୦୨୦) – : ଆଜି ଆସିକା ପଞ୍ଚାୟତ ସମିତି ଗୃହରେ ଅନୁଷ୍ଠିତ ହୋଇଯାଇଛି ଭତ୍ତା ବଣ୍ଟନ ମେଳା । ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ନିମନ୍ତେ ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଶୋଇ, ବିଧାୟିକା ଶ୍ରୀମତୀ ମଞ୍ଜୁଳା ସ୍ବାଇଁ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ହରେକୃଷ୍ଣ ମଲ୍ଲିକ,ବ୍ଳକ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ପଣ୍ଡା, ସାମାଜିକ ସୁରକ୍ଷା ଅଧିକାରୀ ପି. ପଦ୍ମା , ସମସ୍ତ ସରପଞ୍ଚ , ସମିତି ସଭ୍ୟ , ବ୍ଳକ ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ ଓ ବ୍ଳକର ସମସ୍ତ ସରକାରୀ କର୍ମଚାରୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ମୋଟ୍ ୨୪୩ ଜଣ ଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା ।