ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୦.୦୩.୨୦୨୦) – : କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ୍ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ପ୍ରଦାନ କରାଯାଉଥିବା ମାସିକ ଭତ୍ତା ଆଗାମୀ ୪ ମାସ ପାଇଁ ଏକକାଳୀନ ପ୍ରଦାନ କରାଯିବ। ଜନସମାଗମକୁ ସୀମିତ ରଖିବା ନିମନ୍ତେ ଏହି ଟଙ୍କାକୁ ହିତାଧିକାରୀଙ୍କ ନିଜ ଗ୍ରାମରେ ହିଁ ପ୍ରଦାନ କରାଯିବ। ଏହି କ୍ରମରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ହିତାଧିକାରୀଙ୍କ ଘରକୁ ଯାଇ ସେମାନଙ୍କୁ ବାର୍ଦ୍ଧକ୍ୟ, ବିଧବା ଆଦି ଭତ୍ତା ଟଙ୍କା ପ୍ରଦାନ କରାଯିବ। ଆଜି ଛତ୍ରପୁର ପଞ୍ଚାୟତ ସମିତିରେ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏହି ସୂଚନା ଦିଆଯାଇଛି। ସରକାର ଓ ଜିଲ୍ଲାପାଳଙ୍କ କରୋନା ନେଇ ଥିବା ନିର୍ଦ୍ଦେଶନାମାକୁ ମାନିବା ପାଇଁ ବୈଠକରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅନୁରୋଧ କରିଛନ୍ତି। ଏଡିଏମ୍ ଅମୀୟ କୁମାର ସାହୁ ଯୋଗଦେଇ ପ୍ରତି ପଞ୍ଚାୟତରେ ସ୍ବତନ୍ତ୍ର ସ୍ବାସ୍ଥ୍ୟ ସେଣ୍ଟର ପ୍ରସ୍ତୁତ ହେବ। ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍. ଧନଞ୍ଜୟ ରେଡ୍ଡୀ, ଉପାଧ୍ୟକ୍ଷା ଅମିତା ସାହୁ, ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କ ସମେତ ସରପଞ୍ଚ, ସମିତିସଭ୍ୟ, ଜିଲାପରିଷଦ ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।