Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ରାସନ କାର୍ଡ ଧାରୀଙ୍କୁ ଏକ ହଜାର ଟଙ୍କା ପ୍ରଦାନ ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୦୧.୦୪.୨୦୨୦) – : ପୂର୍ବ ଘୋଷିତ ସମସ୍ତ ସହାୟତା ସହ ପ୍ରତି ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କାର ସହାୟତା ଦିଆଯିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ସିଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍‌ଏଫ୍‌ଏସ୍‌ଏସ୍‌) ହିତାଧିକାରୀଙ୍କୁ ଏହି ସହାୟତା ପ୍ରଦାନ କରାଯିବ। ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ର ଖଣ୍ଡିଆନଈ ପଂଚାୟତର ତିରିଡା ଓ ମିରିଗିଲେଣ୍ଡି ଗ୍ରାମରେ ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏଁ ବଣ୍ଟନର ଶୁଭା ଆରମ୍ଭ କରାଯାଇଛି। ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଦବର ପ୍ରଧାନ, ବ୍ଲକ ଅଧ୍ୟକ୍ଷ।ପ୍ରତିନିଧି ବିଜୟ କୁମାର ଦୋରା, ସରପଞ୍ଚ ପ୍ରତିନିଧି ଅକ୍ଷୟ କୁମାର ପ୍ରଧାନ, ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ବେହେରା, ପଂଚାୟତ କର୍ମଚାରୀ ପ୍ରମୂଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

fourteen − 10 =