Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଦିଲ୍ଲୀସ୍ଥିତ ନିଜାମୁଦ୍ଦିନ୍‌ରେ ଆୟୋଜିତ ସମାବେଶ ତବଲିଗୀ ଜମାତ୍‌ରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ ଶୀଘ୍ର ଚିହ୍ନଟ କରିବାକୁ ଶନିବାର ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ଜଣାଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ।

ଭୁବନେଶ୍ୱର, ( LR NEWS ୪/୪/୨୦) ଦିଲ୍ଲୀସ୍ଥିତ ନିଜାମୁଦ୍ଦିନ୍‌ରେ ଆୟୋଜିତ ସମାବେଶ ତବଲିଗୀ ଜମାତ୍‌ରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ ଶୀଘ୍ର ଚିହ୍ନଟ କରିବାକୁ ଶନିବାର ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ଜଣାଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ । ଜିଲ୍ଲାପାଳ, ପୋଲିସ ନିଜ ସୋର୍ସ ମାଧ୍ୟମରେ ସେମାନଙ୍କୁ ଚିହ୍ନଟ କରନ୍ତୁ । ସାମ୍ନାକୁ ଆସିଲେ ସେମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ । ସେମାନଙ୍କ ମନରେ ସାହାସ ସୃଷ୍ଟି କରିବା ସହ ତଥ୍ୟ ଜଣାଇବାକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୂର୍ଣ୍ଣ ବ୍ୟକ୍ତି ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ । ଏହାସହ ସ୍ୱାସ୍ଥ୍ୟସେବା ମଧ୍ୟ ପ୍ରଦାନ କରାଯିବ । ତଥ୍ୟ ଜଣାଇବାରେ ବିଳମ୍ବ କଲେ ଏହା ସମସ୍ତଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇପାରେ । ତଥ୍ୟ ଜଣାଇବାରେ ବିଳମ୍ବ ହେଲେ ଏହା ସମସ୍ତଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ ବୋଲି ୫-ଟି ସଚିବ ଏହି ଚିଠିରେ ଦର୍ଶାଇଛନ୍ତି ।


Leave A Reply

Your email address will not be published.

twenty + 2 =