Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ମାସ୍କ ବାଣ୍ଟିଲେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୧୫.୦୪.୨୦୨୦) – : କରୋନା ମହାମାରୀକୁ ରୋକିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବା ବେଳେ କିଛି ବେସରକାରୀ ଅନୁଷ୍ଠାନ, ମହିଳା ସଂଘ, ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନେ ମଧ୍ଯ ଅଣ୍ଟା ଭିଡିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୁଡ଼ିପଲ୍ଲୀ ଗ୍ରାମର ମା ସିଂହାସନୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ନିଜସ୍ୱ ଉଦ୍ୟମରେ ଗାଁ ରେ ହାତ ତିଆରି ମାସ୍କ ଓ ସାବୁନ ବାଣ୍ଟିବା ସହ ଲୋକଙ୍କ ମଧ୍ୟରେ କରୋନା ନେଇ ସଚେତନା ସୃଷ୍ଟି କରାଇଯାଇଥିଲା । ମହିଳାଙ୍କ ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି ।

Leave A Reply

Your email address will not be published.

5 × five =