Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ବାଲୁଗାଁ ଓ ବାଣପୁର ରେ ସଟ ଡାଉନ୍ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଆଉ ଏସପି।

ବାଣପୁର : (LR NEWS ବାସୁଦେବ ମୁଦୁଲି) କରୋନା କୁ ପ୍ରତିରୋଧ କରିବା ପାଇଁ ରାଜ୍ୟ ସରକାର 11ଟି ଜିଲ୍ଲାରେ ଦୁଇଦିନିଆ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଜୁନ୍‌ 30 ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ । 48 ଘଣ୍ଟିଆ ସଟ୍‌ଡାଉନକୁ କଡାକଡି କରିବା ପାଇଁ ପୋଲିସ୍‌ ପାଟ୍ରୋଲିଂ କରିବା ସହ ଯାଞ୍ଚ ମଧ୍ୟ କରୁଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଓ ଟିମ୍‌ ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲାର ସବୁ ଅଞ୍ଚଳ ବୁଲି ଦେଖିଛନ୍ତି । ଏହି କ୍ରମରେ ମଧ୍ୟାହ୍ନରେ ବାଣପୁର ଓ ବାଲୁଗାଁ ଅଞ୍ଚଳ ମଧ୍ୟ ପରିଦର୍ଶନ କରି ସ୍ଥିତି ପରଖିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଓ ତାଙ୍କ ଟିମ୍‌।  ଏହି ଅଞ୍ଚଳରେ ସଟଡାଉନ୍‌ ନିୟମ ବେଶ୍‌ କଡାକଡି ରୂପେ ପାଳନ ହେଉଥିବାରୁ ଜିଲ୍ଲାପାଳ ଏଥିରେ ସନ୍ତୁଷ୍ଟ ରହିଥିବାର ସୂଚନା ରହିଛି । ଏହି ଦୁଇ ଅଞ୍ଚଳରେ ସଟ୍‌ ଡାଉନ୍‌ ସମ୍ପୂର୍ଣ୍ଣ ଭାବେ ପାଳନ କରାଯାଇଛି। ଦୋକାନ ବଜାର ବନ୍ଦ ରହିଛି । ଲୋକମାନେ ସ୍ବତଃସ୍ଫୂର୍ତ୍ତ ଭାବେ ସଟ୍‌ଡାଉନ୍‌ ନିୟମ ପାଳନ କରୁଥିବାରୁ ଜନତାଙ୍କୁ ଧନ୍ୟବାଦ ଜଣାଇଥିଲେ ଜିଲ୍ଲାପାଳ । ଏହି ଅବସରରେ ବାଣପୁର ଓ ବାଲୁଗାଁ ପୋଲିସ ଓ ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି ଜିଲ୍ଲାପାଳ।

ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ ରାଉତଙ୍କ ସମେତ ଏସ୍‌ପି ଅଜେୟ ପ୍ରତାପ ସ୍ବାଇଁ, ଉପ ଜିଲ୍ଲାପାଳ ଶାନ୍ତ୍ବନୁ ମହାନ୍ତି, ଡିଏସ୍‌ପି ସତୀଶ ପାଢୀବାଲୁଗାଁ ଓ ବାଣପୁର ଅଞ୍ଚଳ ପରିଦର୍ଶନ କରିଥିଲେ । ଏହି ଅବସରରେ ବାଲୁଗାଁ ଏସ୍‌ଡିପିଓ ସୁରେଶ କୁମାର ଦାସ, ବାଲୁଗାଁ ଆଇଆଇସି ରମାକାନ୍ତ ମାହାଲିକ, ବାଣପୁର ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ, ବାଣପୁର ତହସିଲଦାର ମନ୍ମଥ ବେହେରା, ଚିଲିକା ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଭୋଇ ପ୍ରମୁଖ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.

twelve + fifteen =