Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ସୁମଣ୍ଡଳ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ବସୁନ୍ଧରା ଯୋଜନାରେ ହିତାଧିକାରୀ ମାନଙ୍କୁ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ ( LR NEWSଟୁକୁନା ପ୍ରଧାନ, ୧୦.୦୬.୨୦୨୦) ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ସୁମଣ୍ଡଳ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ବସୁନ୍ଧରା ଯୋଜନାରେ ହିତାଧିକାରୀ ମାନଙ୍କୁ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |ଏଥିରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇ ସାମାଜିକ ଦୂରତ୍ୱ ଅବଲମ୍ବନ କରି ହିତାଧିକାରୀ ମାନଙ୍କୁ ପଟ୍ଟା ପ୍ରଦାନ କରିବା ସହ ଯୋଜନା ସଂପର୍କରେ ଅବଗତ କରିଛନ୍ତି । ସୁମଣ୍ଡଳ ରାଜସ୍ବ ନିରୀକ୍ଷକଙ୍କ ଅନ୍ତର୍ଗତ ବଡ ଖଇରଖମା ପଞ୍ଚାୟତର ୧୫ ଜଣ ଭୂମିହୀନ ହିତାଧିକାରୀ ବସୁନ୍ଧରା ଯୋଜନାରେ ପଟ୍ଟା ପାଇବାପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି | ସେଥିମଧ୍ୟରୁ ୧୧ ଜଣଙ୍କୁ ପଟ୍ଟା ବଣ୍ଟନ କରାଯାଇଥିଲା ବେଳେ ୪ ଜଣ ହିତାଧିକାରୀ ଅନୁପସ୍ଥିତ ଥିବାରୁ ସେମାନଙ୍କୁ ପଟ୍ଟା ଦିଆଯାଇପାରି ନାହିଁ।

ପରବର୍ତ୍ତୀ ସମୟରେ ସେମାନଙ୍କୁ ପଟ୍ଟା ପ୍ରଦାନ କରାଯିବ ବୋଲି ତହସିଲଦାର ପ୍ରଭାତ କୁମାର ପରିଡା କହିଛନ୍ତି। କାର୍ଯ୍ୟକ୍ରମରେ ବିଧାୟିକା ଲତିକା ପ୍ରଧାନଙ୍କ ସମେତ କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା , ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ସରପଞ୍ଚ ପ୍ରତିନିଧି ସନ୍ତୋଷ କୁମାର ସାହୁ, ରାଜସ୍ବ ନିରୀକ୍ଷକ ହୃଷିକେଶ ପଲାଇ,ମହେନ୍ଦ୍ର କୁମାର ଗୌଡ଼ଙ୍କ ସମେତ କର୍ମଚାରୀ ଓ ହିତାଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.

17 + 17 =