Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ।

ଖୋର୍ଦ୍ଧା.LR NEWS ୨୬.୦୧.୨୦୨୫.ଆଜି ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।ପ୍ରାତଃ ୪.୩୦ମିନିଟରେପୌର ପରିଷଦ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ତରଫରୁ ଡ଼ାକବାଜି ଯନ୍ତ୍ର ଯୋଗେ ରାମଧୁନ ବଜାଯାଇ ସହର ପରିକ୍ରମା କରାଯାଇଥିଲା। ସକାଳ ୭.00 ଘଟିକାରେ ପୌର ପରିଷଦ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଥିବା ପ୍ରତିମୂର୍ତ୍ତି ମାନଙ୍କରେ କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୌର ପରିଷଦ ମାଲ୍ୟାର୍ପଣ କରଥିଲେ ।ସକାଳ7.30ମିନିଟରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଏବଂ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ପତାକା ଉତ୍ତୋଳନ କରାଯାଇଥିଲା। ସେଥିରେ ଜିଲ୍ଲାପାଳ, ଚଞ୍ଚଳ ରାଣା ପତାକା ଉତ୍ତୋଳନ କରିଥିଲେ ।ଅତିରିକ୍ତ ଜିଲ୍ଲାପାଳ, ପ୍ରତାପ ଚନ୍ଦ୍ର ବେଉରା /ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟମଣ୍ଡିତ ପ୍ରଧାନ/ବିଭିନ୍ନ ଵିଭାଗୀୟ ଅଧିକାରୀ/ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ , ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଏବଂ କର୍ମଚାରୀ ମାନେ ସାମିଲ ହୋଇଥିଲେ।

ଏହାପରେ ଉପ-ମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ମୂଖ୍ୟ ଅତିଥି ଭାବେ ବିଜେବି ହାଇସ୍କୁଲ ସ୍ଥିତ ପ୍ୟାରେଡ ପଡ଼ିଆରେ ସକାଳ 9.15ମିନିଟ ରେ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିଥିଲେ । ପରେ ପ୍ୟାରେଡ କମାଣ୍ଡାଣ୍ଟ ଙ୍କ ଆମନ୍ତ୍ରଣ କ୍ରମେ ମୁଖ୍ୟ ଅତିଥି ସୁସଜ୍ଜିତ ଖୋଲା ଜିପ୍ ରେ ପ୍ୟାରେଡ ପରିଦର୍ଶନ କରିଥିଲେ ଏବଂମଞ୍ଚ ରୁ ସମସ୍ତ ଙ୍କୁ ଉଦବୋଧନ ଦେଇଥିଲେ । ଭାଷଣ ରେ ସେ କହିଥିଲେ ଯେ ଏ ଦେଶ ର ବୀରପୁତ୍ରମାନଙ୍କ
ତ୍ୟାଗ ଓ ବଳିଦାନ ଦ୍ଵାରା ଯେଉଁ ମହାମୁଲ୍ୟ ସ୍ଵାଧୀନତା ଆମ ହାତରେ ଥିଲା ତାହା 1950ମସିହା ଜାନୁଆରୀ 26 ତାରିଖ ଠାରୁ ସାଧାରଣ ଜନତା ଙ୍କ ଶାସନ ପ୍ରଣାଳୀ ରେ ରୁପାନ୍ତରିତ ହେଲା। ଭାରତ ବର୍ଷରେ ମହାନ୍ ପୁରୁଷଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ପ୍ରତ୍ୟେକ ନାଗରିକ ନିଜ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ସଚେତନ ହୁଅନ୍ତୁ,ଆମ ସମସ୍ତଙ୍କ ଲକ୍ଷ ହେଉ ଏକ ସମୃଦ୍ଧ ଶାନ୍ତି ପ୍ରିୟ ସୁନାର ଭାରତ ବର୍ଷ ।ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ ମଧ୍ଯ ଉପସ୍ଥିତ ଥିଲେ। ଏହା ପରେ ପ୍ୟାରେଡ ରେ ଭାଗ ନେଇଥିବା ବିଦ୍ୟାଳୟ ଏବଂ ମହା ବିଦ୍ୟାଳୟ ର ୪୯ଟି ବିଭିନ୍ନ ଦଳପ୍ୟାରେଡ ପଡ଼ିଆ ପରିକ୍ରମା କରିଥିଲେ । ସେମାନଙ୍କ ମଧ୍ୟରୁ ୧୪ଟି ଦଳଙ୍କୁ ପୁରସ୍କୃତ କରାଯାଇ ଥିଲା।

ପରେ ୬ଟି ସୁସଜ୍ଜିତ ପ୍ରଜ୍ଞାପନ ମେଢ ପଡ଼ିଆରେ ପରିକ୍ରମା କରିଥିଲା। ସେଥିମଧ୍ୟରୁ ଜିଲ୍ଲା ଆର୍ ଟି ଓଙ୍କ ପ୍ରଜ୍ଞାପନ ମେଢକୁ ଶ୍ରେଷ୍ଠ ଭାବେ ଟ୍ରଫି ମାନପତ୍ର ଏବଂ ଉପଢୌକନ ପୁରସ୍କୃତ କରାଯାଇ ଥିଲା ଏବଂ ଅନ୍ୟ ମେଢ଼ ମାନଙ୍କୁ ଯଥାକ୍ରମେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ମୂଖ୍ୟ ଉନ୍ନୟନ , ଜିଲ୍ଲା ପରିଷଦ ସାନ୍ତ୍ୱନା ମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଭିନ୍ନ ବିଦ୍ୟାଳୟ/ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ
କୃତିତ୍ବ ଲାଭ କରିଥିବା ୫୧ ଜଣ ଛାତ୍ର ଛାତ୍ରଛାତ୍ରୀ ଙ୍କୁ ମାନପତ୍ର ଓ କପ୍ ପ୍ରଦାନ କରାଯାଇଥିଲା ।

ସେହିପରି ଶିଶୁ ସୁରକ୍ଷା ୟୁନିଟ ର ବେଟି ଵଚାଓ ବେଟି ପଢାଓ କାର୍ଯ୍ୟକ୍ରମ ଅନୁଯାୟୀ ଦଶମ ଟପ୍ପର (ହାଇସ୍କୁଲ/ସିଵିଏସଇ/ ଆଇସିଏସଇ) ୬ ଜଣ ଏବଂ +୨ ସ୍ତରରେ ୫ ଜଣ ଟପର ମାନଙ୍କୁ ମାନପତ୍ର ସହିତ ଟ୍ରଫି ପ୍ରଦାନ କରିଛନ୍ତି ।ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ଥିବା ମୋଟ 5 ଗୋଟି ବିଦ୍ୟାଳୟ ମାନଙ୍କ ମଧ୍ୟରୁ ଭଲ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିବା ତିନିଗୋଟି ବିଦ୍ୟାଳୟ ଙ୍କୁ ପୁରସ୍କୃତ କରାଯାଇ ଥିଲା।
୧୦.୪୫ ମିନିଟରେ ମୂଖ୍ୟ ଅତିଥିଙ୍କ ଦ୍ଵାରା ଜେଲରେ ଅନ୍ତେବାସୀ ମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ ଏବଂ ତତ୍ ସଙ୍ଗେ ସଙ୍ଗେ ହସ୍ପିଟାଲ ରେ ରୋଗିମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା ।କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଧନ୍ୟବାଦ ଦେଇଥିଲେ।

Leave A Reply

Your email address will not be published.

4 × 3 =