ଆଖି ବୁଜିଲେ ବିଜେଡ଼ି ନେତ୍ରୀ ମୀନାକ୍ଷି ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୦.୦୨.୨୦୨୦) – : ବ୍ରହ୍ମପୁରର ଗୁରୁତର ବିଜେଡ଼ି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ମୃତ୍ୟୁ ହୋଇଛି। ଗତ ୧୪ରେ ଏସସିବିରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ପୁଅର ଗିରଫଦାରୀକୁ ବିରୋଧ କରି ମୀନାକ୍ଷୀ ବ୍ରହ୍ମପୁର ଏସ୍ପି କାର୍ଯ୍ୟାଳୟ ସମ୍ମୁଖରେ କିରାସିନି ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ବ୍ରହ୍ମପୁର ଏମକେସିଜି ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ କଟକ ସ୍ଥାନାନ୍ତାର କରାଯାଇଥିଲା। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।