Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୪.୦୨.୨୦୨୦) – : ଆଜି ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୫୭ ଟି ଅଭିଯୋଗ ଆସିଥିବା ବେଳେ ବ୍ୟକ୍ତିଗତ ସମସ୍ୟା ୧୨୬ ଟି ଓ ଗ୍ରାମଭିତ୍ତିକ ସମସ୍ୟା ୧୦ ଟି ଅନ୍ତର୍ଗତ ଥିବା ବେଳେ ୯୭ ଟି ଅଭିଯୋଗ ର ଅତିଶୀଘ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲ୍ଲା ରେଡକ୍ରସ ପକ୍ଷ ରୁ ୨୧ ଜଣ ବ୍ଯକ୍ତିଙ୍କୁ ୧,୯୦,୦୦୦ ଟଙ୍କା ସାହାଯ୍ୟ କରାଯାଇଥିଲା । ଏଥିରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଉପଜିଲ୍ଲାପାଳ ଶ୍ରୀ ସିନ୍ଦେ ଦତ୍ତାତ୍ରୟ ଭାଉସାହେବ, ଏସପି ପିନାକ ମିଶ୍ର ଙ୍କ ସମେତ ନୋଡାଲ ଅଫିସର ବିନୋଦ କୁମାର ବେହେରା, ଜିଲ୍ଲା ସ୍ବାସ୍ଥ୍ଯ ଅଧିକାରୀ ବିଜୟ କୁମାର ,ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନ ,ଉପଖଣ୍ଡ ସ୍ତରୀୟ ସମସ୍ତ ତହସିଲଦାର, ବିଡିଓ ଓ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

seventeen − 15 =