ବ୍ରହ୍ମପୁର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ କୁ ମାନ୍ୟବର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପତାକା ପ୍ରଦର୍ଶନ ଓ ଯାତ୍ରାର ଶୁଭାରମ୍ଭ କରିଛନ୍ତି ।
ଗଞ୍ଜାମ, (LR News, ଟୁକୁନା ପ୍ରଧାନ, ୨୮.୦୨.୨୦୨୦) – : ଆଜି ବ୍ରହ୍ମପୁର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ କୁ ମାନ୍ୟବର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପତାକା ପ୍ରଦର୍ଶନ ଓ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ଉପସ୍ଥିତ ଅନ୍ୟ ମାନଙ୍କ ମଧ୍ୟରେ ବ୍ରହ୍ମପୁର, ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଏବଂ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗ ପ୍ରମୂଖ ସମେତ ଅନ୍ୟମାନେ ।