Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଗଞ୍ଜାମ ଜିଲ୍ଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି।

ଗଞ୍ଜାମ, (LR News, ୦୭.୦୩.୨୦୨୦) – : ଗଞ୍ଜାମ ଜିଲ୍ଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ଲାଗି ଜିଲ୍ଲା ପ୍ରଶାସନର ଏହା ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି। ଆଜି ଛତ୍ରପୁର ପୁତ୍ତି ଗୋପାଳପୁର ବିଦ୍ୟାଳୟ କୁ ଯାଇ ଜିଲ୍ଲାପାଳ ଏହାର ଶୁଭାରମ୍ଭ କରିଛନ୍ତି। ପ୍ରତି ଶନିବାର ‘ନୋ ବ୍ୟାଗ୍‌ ଡେ’ କରାଯିବ। ମାନସିକ ଓ ବୌଦ୍ଧିକ ବିକାଶ ପାଇଁ ଚାପମୁକ୍ତ ଶିକ୍ଷା ଦିଆଯିବା ସହ ଚିତ୍ରାଙ୍କନ, ନାଚଗୀତ, ଆଦି କୁହାଯିବ। ଏହି ସମୟରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅଭିନାଶ ଶତପଥୀ ପ୍ରମୁଖ ଉପସ୍ଥିତ ।

Leave A Reply

Your email address will not be published.

3 × one =