Trending Now
  • ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
  • ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
  • ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।

ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥି ନିମନ୍ତେ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ, (LR News, ୧୨.୦୩.୨୦୨୦) – : ଆଜି ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥି ନିମନ୍ତେ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅନସ୍ଲୋ ହାଇସ୍କୁଲର ଏକ କୋଠାରେ ଅସ୍ଥାୟୀ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ। ଚେୟାର ଟେବୁଲ କିଣିବା ପାଇଁ ୩ ଲକ୍ଷ ଟଙ୍କା କେନ୍ଦ୍ରୀୟ ବିଦ୍ୟାଳୟକୁ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ନୂତନ କ୍ୟାମ୍ପସ ପାଇଁ ୧୦ ଏକର ଜମି ମଞ୍ଜୁର ହୋଇଛି। ଖୁବ୍‌ଶୀଘ୍ର ଜମି ଚିହ୍ନଟ ହେବ। ଉକ୍ତ ବୈଠକରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ତହସିଲଦାର ନୀଳମାଧବ ଭୋଇ, ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟର ପ୍ରିନ୍ସପାଲ ବିଘ୍ନେଶ୍ୱର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

sixteen + 7 =