ଭୁବନେଶ୍ୱର (LR NEWS ୧୩/୩/୨୦) ମାର୍ଚ୍ଚ ୩୧ ଯାଏ ରାଜ୍ୟର ସବୁ ସ୍କୁଲ ବନ୍ଦ ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିବା ସହ ସ୍କୁଲ ବନ୍ଦ ନେଇ ଘୋଷଣା କରିଛନ୍ତି। ଏହାସହ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ କରିବାକୁ ଘୋଷଣା ହୋଇଛି। ତେବେ ପରୀକ୍ଷା ଚାଲିଥିବା ଶିକ୍ଷାନୁଷ୍ଠାନ ବନ୍ଦ ହେବନାହିଁ। ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ପରୀକ୍ଷା କରାଇବାକୁ ନିଷ୍ପତ୍ତି ହୋଇଛି। ଏହାସହ ସେମିନାର୍, ୱାର୍କସପ୍, ସମ୍ମିଳନୀ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ରାଜ୍ୟରେ କରୋନା ମୁକାବିଲା ପାଇଁ ୨୦୦ କୋଟିର ପାଣ୍ଠି ଗଠନ କରାଯାଇଛି। ରାଜ୍ୟ କ୍ୟାବିନେଟ୍ ବୈଠକରେ ଆଜି ଏ ସମ୍ପର୍କୀତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
Trending Now
- ଖୋର୍ଦ୍ଧା - ଅଷ୍ଟମ ରାଜ୍ୟ ତୈଳିକ ବୈଶ୍ୟ ସାଧବ ସମାଜର ୪୪ ତମ ବାର୍ଷିକ ସମ୍ମିଳନୀ ଗଡମାଣିତ୍ରୀ ର ମା' ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।
- ସୁରଟ ରୁ ଫେରିଲା ପ୍ରଫୁଲ୍ଲଙ୍କ ମର ଶରୀର
- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ରାମ ଚନ୍ଦ୍ର ମର୍ଦ୍ଦରାଜ +୨ ମହାବିଦ୍ୟାଳୟ ର ପ୍ରଥମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମଙ୍ଗଳବାର ଦିନ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।